Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ପୃଥକ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 18, 2025
in Accident, State
୨ ପୃଥକ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ
60
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୨ ପୃଥକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଜପତି ଜିଲ୍ଲା ଅଡବା ଥାନା କଟାମା ଗାଁ ନିକଟରେ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ମୃତକ ଦିଗପହଣ୍ଡିର ଟୁନା ନାୟକ । ସେପଟେ ମୋହନା ଥାନା ମେରାପଲି ଗାଁ ନିକଟରେ ବାଇକ୍‌କୁ ଚାପିଦେଲା ହାଇୱା । ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ଉଭୟ ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ । ସୂଚନା ମୁତାବକ, ପ୍ରଥମ ଦୁର୍ଘଟଣାଟି ଗଜପତି ଜିଲ୍ଲା ଅଡବା ଥାନା କଟାମା ଗାଁ ନିକଟରେ ଘଟିଛି । କଟାମା ଗାଁ ନିକଟରେ ରାସ୍ତା କାମ ସାରି ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ ଟୁନା ନାୟକ । ଘରକୁ ଫେରିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ସେହିପରି ମୋହନା ଥାନା ମେରାପଲି ଗାଁ ନିକଟରେ ଆଉ ଏକ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ହାଇୱା ଗାଡି ମଧୁରଆମ୍ବରୁ ମୋହନା ଆସୁଥିଲା । ଏହି ସମୟରେ ଏକ ବାଇକ୍‌ରେ ଜଣେ ବ୍ୟକ୍ତି ବିପରୀତ ଦିଗରୁ ଯିବାବେଳେ ହାଇୱା ସହ ମୁହାଁମୁହିଁ ଧକ୍କା ହୋଇଛି । ଯାହା ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଉଭୟ ଘଟଣାରେ ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!