Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୁଆ ବସଷ୍ଟାଣ୍ଡ ନିର୍ମାଣ ଓ ବଜାର ରାସ୍ତା ସମ୍ପ୍ରସାରଣ ପାଇଁ ଉଛେଦ ପ୍ରକ୍ରିୟା ଆରମ୍ଭ

by ସଞ୍ଜୟ ସ୍ୱାଇଁ
May 24, 2025
in State
ନୁଆ ବସଷ୍ଟାଣ୍ଡ ନିର୍ମାଣ ଓ ବଜାର ରାସ୍ତା ସମ୍ପ୍ରସାରଣ ପାଇଁ ଉଛେଦ ପ୍ରକ୍ରିୟା ଆରମ୍ଭ
175
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକର ହାଟପଦା ଠାରେ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ତତ କାଳୀନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଶିଳାନ୍ୟାସ କରିଥିଲେ | ହେଲେ ଅଦ୍ୟାବଧି ସୁଦ୍ଧା ଏକ ସୁଲଭ ବସଷ୍ଟାଣ୍ଡ ପାଇଁ ଜମି ଅଧିଗ୍ରହଣ ହୋଇ ନ ଥିବାରୁ ପ୍ରାୟ ୧ ବର୍ଷ ରୁ ଅଧିକ ହବ ଠିକାସଂସ୍ଥା ବସଷ୍ଟାଣ୍ଡ ନିର୍ମାଣ କାମ କରିପାରୁ ନ ଥିବା ଅଭିଯୋଗ କରି ଆସୁଥିଲେ | ବାରମ୍ବାର ପ୍ରଶାସନିକ ନୋଟିସ ସତ୍ୱେ ପଞ୍ଚାୟତ ଗୃହରେ ଦୋକାନ ଖୋଲି ବ୍ୟବସାୟ ଚାଲୁରଖିବା ସହ କିଛି ନିରୀହ ଜନସାଧାରଣ କୋଡିଏ ରୁ ଉର୍ଦ୍ଧ ବର୍ଷ ହେବ ଘର କରି ରହି ଆସୁଥିଲେ | ଏଣୁ ବାଧ୍ୟ ହୋଇ କୋଟଗଡ ତହସିଲଦାର ଜିତେନ୍ଦ୍ର କୁମାର ନାୟକ ଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ପୁଲିସ ଫୋର୍ସ,ବିଜୁଳି କର୍ମଚାରୀ, ମୋବାଇଲ ସ୍ୱାସ୍ଥ୍ୟ ଟିମ ଏବଂ ଅନୁସଙ୍ଗିକ ବ୍ୟବସ୍ଥା କରାଯାଇ ୨ଟି ବୁଲଡୋଜର ସହାୟତାରେ ଜବରଦଖଲ ଉଛେଦ କରାଯାଉଥିବା ଦେଖିବାକୁ ମିଳିଛି |ଅନ୍ୟପଟେ ଜଣେ ନିରୀହ ବୃଦ୍ଧା ଦୀର୍ଘ ବର୍ଷ ହବ ଘରକରି ରହିଆସୁଥିବା ରୁ ଭିଟା ମାଟି ଛାଡି ଯିବାପାଇଁ ଇଛା ପ୍ରକଶ ନ କରି ନିଜ ଛୋଟ କୁଡ଼ିଆ ଖଣ୍ଡିକୁ ଚାହିଁ କାନ୍ଦୁଥିବା ର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା | କୋଟଗଡରେ ବାରମ୍ବାର ଦୁର୍ଘଟଣା ଘଟୁ ଥିବାରୁ ଯାନ ବାହନ ଦୁର୍ଘଟଣା ରୋକିବାକୁ ତହସିଲଦାର ଏବଂ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କୋଟଗଡ ବଜାର ରେ ଥିବା ଦୋକାନଗୃହ ସମ୍ମୁଖ ରାସ୍ତାକୁ କବ୍ଜା କରିବାକୁ ମନା କରିବା ସହ ରାସ୍ତା ସମ୍ପ୍ରସାରଣ ପାଇଁ ବଜାର ଛକ ଠାରୁ ସୁବର୍ଣ୍ଣଗିରି ଯିବା ରାସ୍ତା ଓ ପୁରା ବଜାର କଡ଼ ରେ ମାଡ଼ି ବସିଥିବା ଉଠାଦୋକାନୀଙ୍କୁ ଉଠାଉଥିବା ଦେଖିବାକୁ ମିଳିଛି | ଏହି ସମୟରେ ତୁମୁଡିବନ୍ଧ ତହସିଲଦାର ଦୋଳଗୋବିନ୍ଦ ସାହୁ, ସୁପରଭାଇଜର ଗୋଲକ ବିହାରୀ ସାମନ୍ତସିଂହାର କର, ରାଜସ୍ବ ନିରୀକ୍ଷକ ରଂଜିତ ସାହୁ ସମେତ ବହୁ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ l

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!