Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

by ସଞ୍ଜୟ ସ୍ୱାଇଁ
March 25, 2025
in Nayagarh, State
ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ
153
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ଉଦୟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ କୁମାର ମଲ୍ଲିକ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ତଥା କବି ଗୋଦାବରୀଶ ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ସୁଦର୍ଶନ ପରିଡ଼ା, ଶିକ୍ଷକ ଲକ୍ଷ୍ମୀଧର ସାହୁ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବ୍ରଜେନ୍ଦ୍ର ବାଣ୍ଠ, ଗ୍ରାମ ସଭାପତି ତ୍ରିନାଥ ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ଶିକ୍ଷକ ମନୋରଞ୍ଜନ ସାହୁ,ସାଗର ନାହାକ,ସୁରେନ୍ଦ୍ର ପଲେଇଙ୍କ ସଙ୍ଗୀତ ପରିଚାଳନାରେ ପିଲାମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ବାର୍ଷିକ ଉତ୍ସବ ଆୟୋଜନ ଦ୍ୱାରା ପିଲାମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା ପରିସ୍ଫୁଟନ ହୋଇଥାଏ। ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବାଦ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିବା ସହିତ ପ୍ରତିବର୍ଷ ବାର୍ଷିକ ଉତ୍ସବ ପାଳନ କରାଯିବା ଆବଶ୍ୟକ ବୋଲି କହିଥିଲେ। ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାଶ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସିଆରସିସି କୈଳାସ ଚନ୍ଦ୍ର ଲେଙ୍କା ଧନ୍ୟବାଦ ପ୍ରଦାନ କରିଥିଲେ।ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ ଶିକ୍ଷକଏବଂ ଶିକ୍ଷୟିତ୍ରୀ ପ୍ରମିତା ପରିଡ଼ାଙ୍କ ପ୍ରତ୍ୟକ୍ଷ ପରିଚାଳନାରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ଶିକ୍ଷକ ହାଡିବନ୍ଧୁ ବେହେରାଙ୍କ ନିର୍ଦ୍ଦେଶନାରେ ଏକ କ୍ଷୁଦ୍ର ନାଟକ ‘ପାହାଡ଼ର ଡାକ’ ପିଲାମାନେ ପରିବେଷଣ କରିଥିଲେ। ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ବୁଦ୍ଧିଜୀବୀ, ପରିଚାଳନା କମିଟିର ସମସ୍ତ ସଦସ୍ୟ ତଥା ଗ୍ରାମବାସୀମାନେ ବେଶ ଉପଭୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!