Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକ୍‌ଚର ଲୋକାର୍ପିତ

by ସଞ୍ଜୟ ସ୍ୱାଇଁ
July 8, 2021
in Education, Nayagarh, State
ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକ୍‌ଚର ଲୋକାର୍ପିତ
423
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ଅନ୍ତର୍ଗତ ଭର୍ଦୁଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା। ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲେ। ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ବିଷୟରେ ଇ-ଲେକ୍‌ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ଵବିଦ୍ୟାଳୟର ଦୂର ଏବଂ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ ଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛି । ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍.ଆଇ.ସି. ଦ୍ଵାରା ବିକଶିତ କରାଯାଇଥିବା ଏକ ସ୍ଵତନ୍ତ୍ର ପୋର୍ଟାଲ (https://vtputkal.odisha.gov.in) ରେ ପ୍ରସ୍ତୁତ ଇ-ଲେକ୍‌ଚରଗୁଡ଼ିକ ସ୍ଥାନିତ କରାଯାଇଛି। ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ଏହାକୁ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି। ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ଵିତୀୟ ସେମିଷ୍ଟାରର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଭିଦବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନସ୍ତତ୍ତ୍ଵ ବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍‌ଚର ପ୍ରସ୍ତୁତ କରାଯାଇ ୱେବ୍‌ ପୋର୍ଟାଲରେ ଅପ୍‌ଲୋଡ କରାଯାଇଛି। ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ ଲେକ୍‌ଚର ଯଥା ସମୟରେ ଅପ୍‌ଲୋଡ କରାଯିବ। ପରବର୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍‌ଚର ପ୍ରସ୍ତୁତ କରାଯିବ। ଆଜିଠାରୁ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ନିଃଶୁଳ୍କ ଏହି ଇ-ଲେକ୍‌ଚରଗୁଡ଼ିକୁ ପାଇପାରିବେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!