Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାତ୍ମାଗାନ୍ଧୀ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୃଢ ସମର୍ଥକ ଥିଲେ

by ସଞ୍ଜୟ ସ୍ୱାଇଁ
April 1, 2021
in Feature News
ମହାତ୍ମାଗାନ୍ଧୀ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୃଢ ସମର୍ଥକ ଥିଲେ
54
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା):ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳା (High Relief Mural Sculpture)ର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି । ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି । ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଈ ମନ୍ତ୍ରୀ ପ୍ରତାପ ଜେନା ଏମ୍ ପି ଶ୍ରୀ ଭତୃହରି ମହତାବ ଏମ୍ ପି ସୁବାସ ସିଂହ କଟକ ଜିଲ୍ଲାର ବିଧାୟକ ଗଣ ସମାଜ ଅନୁଷ୍ଠାନ ର କାର୍ଯ୍ୟ କର୍ତା ମାନେ ଊପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!