Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

by ସଞ୍ଜୟ ସ୍ୱାଇଁ
April 3, 2021
in Education, State
ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି
98
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ମୁଖ୍ୟଅତିଥି ଭାବେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଯୋଗ ଦେଇଥିବା ବେଳେ ସମାରୋହର ଅଧ୍ୟକ୍ଷତା କରିଥିଲେ ବିଶ୍ୱବିଦଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଅପରପକ୍ଷେ ମୁଖ୍ୟ ଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଛନ୍ତି । ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ତାଙ୍କ ଅଭିଭାଷଣ ଓଡ଼ିଆ ଭାଷାରୁ ହିଁ ଆରମ୍ଭ କରିଥିଲେ । ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରରିବା ସହ ସେ କହିଥିଲେ ଯେ, ପୂର୍ବ ଏସୀୟ ଦେଶ ସହ ନୌବାଣିଜ୍ୟ ଥିଲା କଳିଙ୍ଗର ମହାନ ପରମ୍ପରା । ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ । ଶିକ୍ଷା ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସଂଗଠିତ କରିଥାଏ । ଶୃଙ୍ଖଳା, ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର । ଚାକିରି ପଛରେ ନଗଡ଼ୋଇ ନିଯୁକ୍ତିଦାତା ହେବାକୁ ଛାତ୍ରୀଛାତ୍ରୀଙ୍କୁ ଆହ୍ୱାନ କରିଛନ୍ତି ଉପରାଷ୍ଟ୍ରପତି । ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି । ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଜଷ୍ଟିସ୍ ସଞ୍ଜୁ ପଣ୍ଡା, ଭାବା ଆଟମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ କୁମାର ସାହୁଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!