Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉକ୍ରଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ

by ସଞ୍ଜୟ ସ୍ୱାଇଁ
April 2, 2021
in Feature News
ଉକ୍ରଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ
102
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଉକ୍ରଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ତଥା ଉକ୍ରଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ସମାରୋହ ୩ ଏପ୍ରିଲ୍‍ ୨୦୨୧ରେ ଅନୁଷ୍ଠିତ ହେବ । ଭାରତର ଉପରାଷ୍ଟ୍ରପତିି ଶ୍ରୀ ଭେଙ୍କିଆ ନାଇଡୁ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବା ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି । ଏହି ସମାରୋହରେ ଉକ୍ରଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ଅଧ୍ୟକ୍ଷତା କରିବେ । କୃଷି ଓ କୃଷକ ସଶକ୍ତି କରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ସମ୍ମାନୀତ ଅତିଥି ଭାବେ ଦେବାର କାର୍ଯ୍ୟକ୍ରମ ରହିଛି ।
କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି ଯେ ଉକ୍ରଳ ବିଶ୍ୱବିଦ୍ୟାଳୟର ୩ ଏପ୍ରିଲ୍‍ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ୫୦ତମ ସମାବର୍ତ୍ତନ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର ୫ଜଣ ବ୍ୟକ୍ତିତ୍ୱଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯିବ । ଚଳିତ ବର୍ଷ ରିଜର୍ଭ ବ୍ୟାଙ୍କ ଅଫ୍‍ ଇଣ୍ଡିଆ(ଆର୍‍ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ୍‍ ଅଫ୍‍ ଇଣ୍ଡିଆ(ସିଏଜି) ଗିରୀଶଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍‍ ସଞ୍ଜୁ ପଣ୍ଡ, ଭାଭା ଆଟୋମିକ୍‍ ରିସର୍ଚ୍ଚ ସେଣ୍ଟର(ବାର୍କ)ର ନିର୍ଦେଶକ ଅଜିତ୍‍ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ.ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯିବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଉକ୍ରଳ ବିଶ୍ୱବିଦ୍ୟାଳୟର ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପାଇଁ ମନୋନୟନ ହୋଇଥିବା ସମସ୍ତ ବ୍ୟକ୍ତି ଏପ୍ରିଲ୍‍ ୩ରେ ଆସି ଡକ୍ଟରେଟ୍‍ ଡିଗ୍ରୀ ଉପାଧି ଗ୍ରହଣ କରିବାକୁ ସ୍ୱୀକୃତି ପ୍ରଦାନ କରିଛନ୍ତି । ୩ ଏପ୍ରିଲ୍‍ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ମୋଟ ୪୧ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ୯୦ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ । ଉକ୍ରଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବବିଶ୍ୱବିଦ୍ୟାଳୟ ନୂଆ ସମାବର୍ତ୍ତନ ପ୍ରେକ୍ଷାଳୟ ‘ଦୀକ୍ଷାନ୍ତ ଭବନ’ରେ ଅନୁଷ୍ଠିତ ହେବ । ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‍ ନିୟମାବଳୀ ଏହି ସମାରୋହରେ କଡ଼ାକଡ଼ି ଭାବେ ପାଳନ କରାଯିବ । ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସମେତ ଛାତ୍ରଛାତ୍ରୀ ଯେଉଁମାନେ ମଞ୍ଚର ନିକଟବର୍ତ୍ତୀ ରହିବେ ସେମାନଙ୍କର ଆର୍‍ଟିପିସିଆର୍‍ ପରୀକ୍ଷା କରାଯିବ ଏବଂ ଅନ୍ୟ ସମସ୍ତଙ୍କ ପାଇଁ ରାପିଡ୍‍ ଆଣ୍ଟିଜେନ୍‍ ଟେଷ୍ଟ କରାଯିବ । ଯେଉଁମାନଙ୍କର କୋଭିଡ୍‍ ରିପୋର୍ଟ ନେଗେଟିଭ୍‍ ଆସିବ କେବଳ ସେମାନଙ୍କୁ ହିଁ ଉକ୍ରଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଅଂଶଗ୍ରହଣ ପାଇଁ ଅନୁମତି ଦିଆଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉକ୍ରଳ ବିଶ୍ୱବିଦ୍ୟାଳୟ ରାଜ୍ୟର ପ୍ରାଚୀନତମ ବିଶ୍ୱବିଦ୍ୟାଳୟ । ଏହା ଓଡ଼ିଶ।।ର ଗର୍ବ ଓ ଗୌରବ । ନିକଟକରେ ଏହା ଏନ୍‍ଆଇଆର୍‍ଏଫ୍‍ ର୍ୟାଙ୍କିଂରେ ୯୬ତମ ସ୍ଥାନ ପାଇଛି । ଶିକ୍ଷାର ସୁବ୍ୟବସ୍ଥା, ଅଧ୍ୟୟନର ଅନୁକୂଳ ପରିବେଶ, ଉଚ୍ଚତର ଗବେଷଣା ଲାଗି ଉପଯୁକ୍ତ କ୍ଷେତ୍ର ଅନୁଧ୍ୟାନ ପରେ ଉକ୍ରଳ ବିଶ୍ୱବିଦ୍ୟାଳୟକୁ ନାକ୍‍ ଏ+ ମାନ୍ୟତା ମିଳିଛି । ଓଡ଼ିଶାରେ ନାକ୍‍ ଏ+ ମାନ୍ୟତା ପାଇବାରେ ଉକ୍ରଳ ପ୍ରଥମ ବିଶ୍ୱବିଦ୍ୟାଳୟ ହୋଇଥିବାବେଳେ ଦେଶରେ ଷ୍ଟେଟ୍‍ ପବ୍ଲିକ ବିଶ୍ୱବିଦ୍ୟାଳୟମାନଙ୍କ ମଧ୍ୟରେ ତୃତୀୟ ସ୍ଥାନ ଅଧିକାର କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!