Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
October 9, 2021
in State
ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ
59
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥିଭାବେ ଉପଜିଲ୍ଲାପାଳ ଭବତାରଣ ସାହୁ ଯୋଗଦେଇ ସିଂହଦ୍ୱାରସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋପବନ୍ଧୁଙ୍କ ସ୍ମୃତିଚାରଣ କରିଥିଲେ। ଉତ୍କଳମଣି ଗୋପବନ୍ଧୁ ସ୍ମୃତି ସଂସଦର ଶରତ ଜୟସିଂ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ, ସୌମେନ୍ଦ୍ର ଦାସ, ଗୋବିନ୍ଦ ଚନ୍ଦ୍ର ମହାନ୍ତି, ଉମାବଲ୍ଲଭ ମହାପାତ୍ର, ଶିବ ପ୍ରସାଦ ମିଶ୍ର ପ୍ରମୁଖ ଯୋଗଦେଇଥିଲେ। କରୋନା ଯୋଦ୍ଧା ସାମ୍ବାଦିକ ସ୍ୱର୍ଗତ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଧର୍ମପତ୍ନୀ ପ୍ରିୟବାସିନୀ କରଙ୍କୁ ରାଜ୍ୟ ସରକାରଙ୍କ ସହାୟତାମୂଳକ୧୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ସୁଭାଷ ଚନ୍ଦ୍ର ନାଥଶର୍ମା ସାକ୍ଷୀଗୋପାଳ ବସଷ୍ଟାଣ୍ଡସ୍ଥିତ ପଞ୍ଚସଖା ପୀଠ, ବକୁଳବନ, ସମାଧିପୀଠ, ସତ୍ୟବାଦୀ ହାଇସ୍କୁଲ ଓ ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଷଠିଘର ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ନାଥଶର୍ମା ଗୋପବନ୍ଧୁଙ୍କ ଐତିହ୍ୟ ଗ୍ରାମ ନିର୍ମାଣ କାର୍ୟ୍ୟ ବୁଲି ଦେଖି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା, ଗୋପବନ୍ଧୁଙ୍କ ଅଣନାତି ଧିରେନ୍ଦ୍ର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!