Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମୟସୀମା ଅତିକ୍ରମ ପରେ ବି ଟିକା ନେଲେ ଶରୀରରେ କାମ କରିବ: ବିଜୟ ପାଣିଗ୍ରାହୀ

by ସଞ୍ଜୟ ସ୍ୱାଇଁ
August 27, 2021
in Health, State
ସମୟସୀମା ଅତିକ୍ରମ ପରେ ବି ଟିକା ନେଲେ ଶରୀରରେ କାମ କରିବ: ବିଜୟ ପାଣିଗ୍ରାହୀ
69
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପ୍ରାୟ ୧୬ ଲକ୍ଷ ଲୋକ ନେଇ ନାହାନ୍ତି ପ୍ରଥମ ଡୋଜ୍ ପରେ ଦ୍ଵିତୀୟ ଡୋଜ୍ ଟିକା । ଏଥି ମଧ୍ୟରୁ ୧୩ ଲକ୍ଷ ଲୋକଙ୍କ ଦ୍ଵିତୀୟ ଡୋଜ୍ ନେବାର ତାରିଖ ଅତିକ୍ରମ କରିସାରିଛି । ପ୍ରଥମ ଡୋଜ୍ ପରେ କୋଭିଡ୍ ହେବା ଯୋଗୁଁ ଅଧିକାଂଶ ଲୋକଙ୍କ ଦ୍ଵିତୀୟ ଡୋଜ୍ ଟିକାରେ ବିଳମ୍ବ ହେଉଛି । ୫୦ ଲକ୍ଷ ଲୋକ ଦୁଇଟି ଡୋଜ୍ ଟିକା ନେଇ ସାରିଛନ୍ତି । ସମୟସୀମା ଅତିକ୍ରମ ପରେ ବି ଟିକା ନେଲେ ଶରୀରରେ କାମ କରିବ । ବର୍ତ୍ତମାନ ଟିକାର ଅଭାବ ନାହିଁ । ତେଣୁ ସମସ୍ତଙ୍କୁ ଅନୁରୋଧ ସଠିକ୍ ସମୟରେ ଟିକା ନିଅନ୍ତୁ । ରାଜ୍ୟରେ ପ୍ରତିଦିନ ୧୦ରୁ ୧୨ ପ୍ରତିଶତ ଶିଶୁ ସଂକ୍ରମିତ ହେଉଛନ୍ତି । ଶିଶୁଙ୍କୁ ଟିକା ଦାନ ନେଇ ଏକ୍ସପର୍ଟ ଗ୍ରୁପର ନିଷ୍ପତ୍ତି ପରେ ଗାଇଡ଼ ଲାଇନ ଆସିବ । ଏହାପରେ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ଆଉ ୨ ଜଣ ଶିଶୁଙ୍କ ଜୀବନ ନେଲା ମହାମାରୀ କରୋନା। କଟକ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଶିଶୁଙ୍କର ମୃତ୍ୟୁ ଘଟିଛି। କଟକର ୧୨ ଦିନର ଶିଶୁ ଓ ମୟୂରଭଞ୍ଜର ୫ ମାସର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଉଭୟ ଶିଶୁ କୋଭିଡ୍ ସହ ଅନ୍ୟ ରୋଗରେ ଆକ୍ରାନ୍ତ ଥିଲେ । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅପର ପକ୍ଷରେ ଆଜି ୦-୧୮ ବର୍ଷ ବୟସର ୧୦୬ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନାର ସମ୍ଭାବ୍ୟ ତୃତୀୟ ଲହର ନେଇ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି ବିଶେଷଜ୍ଞ । ତୃତୀୟ ଲହର ପିକ୍‌ରେ ଦିନକୁ ୧୯ ହଜାର ସଂକ୍ରମିତ ଚିହ୍ନଟ ହେବେ ବୋଲି ଆକଳନ ହୋଇଛି । ଅର୍ଥାତ୍ ଦ୍ୱିତୀୟ ଲହର ତୁଳନାରେ ଦେଢ଼ଗୁଣା ବଢ଼ିଯିବ ଦୈନିକ ସଂକ୍ରମଣ । ଏହା ସହ ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବ। କେନ୍ଦ୍ର ସରକାରଙ୍କ ପରାମର୍ଶ ପରେ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ପ୍ରସ୍ତୁତ ରହିବାକୁ କହିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ସଂକ୍ରମଣର ସମ୍ଭାବନାକୁ ନେଇ ଏମିତି ଭୟଙ୍କର ଚିତ୍ର ଆଙ୍କିଛି କେନ୍ଦ୍ର ସରକାରଙ୍କ କୋଭିଡ୍‌ ଏମର୍ଜେନ୍ସି ରେସପନ୍ସ ଆଣ୍ଡ ହେଲ୍‌ଥ ସିଷ୍ଟମ ପ୍ରିପାୟଡନେସ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!