Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୀମସାର ଓ ରାଉରକେଲାରେ ମୁଖ୍ୟ ଶାସନ ସଚିବ

ବୁର୍ଲାରେ ହେବ ୫୨୫ ଶଯ୍ୟାର ୨ କୋଭିଡ ହସପିଟାଲ

by Sanjay Swain
April 14, 2021
in State
ଭୀମସାର ଓ ରାଉରକେଲାରେ ମୁଖ୍ୟ ଶାସନ ସଚିବ
124
VIEWS
Share on FacebookShare on Twitter

ସମ୍ବଲପୁର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସମ୍ବଲପୁର ଏବଂ ରାଉରକେଲା ଗସ୍ତ କରି କରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଆଜି ସକାଳୁ ସ୍ବତନ୍ତ୍ର ହେଲିକପଟର ଯୋଗେ ଜମାଦାରପାଲିରେ ଅବତରଣ କରି ବୁର୍ଲାରେ ପହଞ୍ଚିଥିଲେ । ଭୀମସାର ଆସି ପ୍ରଥମେ କୋଭିଡ ହସ୍ପିଟାଲ ଗସ୍ତ କରିବା ପରେ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ଏହି ସମୀକ୍ଷା ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଣିକି ୨ଟି ହସପିଟାଲରେ ମୋଟ୍ ୫୨୫ ଶଯ୍ୟା ରହିବ ବୋଲି ନିଷ୍ପତ୍ତି ନିଆଯାଇଛି । ବୁର୍ଲାରେ ଆଉ ଏକ କୋଭିଡ ହସପିଟାଲ ଖୋଲିବ । ବର୍ତମାନ ୧୨୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ କାର୍ଯ୍ୟ କରୁଛି । ଏଥିରେ ୧୦୫ଟି ବ୍ଯାଡ ବୃଦ୍ଧି ହୋଇ ୨୨୫ରେ ପହଂଚିଛି । ଏଥିରୁ ୫୦ଟି ଆଇସିୟୁ ଓ ୧୭୫ଟି ସାଧାରଣ ବ୍ଯାଡ ରହିବ ।

ତେବେ ଭୀମସାରର ମେଡିସିନ କୋଠାରେ ୧୦ ଦିନ ମଧ୍ଯରେ ଦ୍ବିତୀୟ କୋଭିଡ ହସ୍ପିଟାଲ ଆରମ୍ଭ ହେବ । ନୂତନ କୋଭିଡ ହସ୍ପିଟାଲରେ ୫୦ଟି ଆଇସିୟୁ ଓ ୨୫୦ ସାଧାରଣ ବ୍ଯାଡ ରହିବ । ତେବେ ଦୁଇଟି କୋଭିଡ ହସ୍ପିଟାଲରେ ସମୁଦାୟ ୫୨୫ ବ୍ଯାଡ କାର୍ଯ୍ଯ କରିବ ।

ସେହିପରି ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ମଧ୍ୟ ୨ଟି ହସପିଟାଲ ଖୋଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ସେହିପରି ଛତିଶଗଡ ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ମୁଖ୍ଯ ଶାସନ ସଚିବ ।

ବୈଠକରେ ମୁଖ୍ଯ ଶାସନ ସଚିବ ସୁରେଶ ମହାପାତ୍ର, ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା, ଝାରସୁଗୁଡା ଜିଲ୍ଲାପାଳ ସରୋଜ ସାମାଲ, ବରଗଡ ଜିଲ୍ଲାପାଳ ଜ୍ଯୋତିରଂଜନ ପ୍ରଧାନ, ଉତ୍ତରାଂଚଳ ଆଇଜି ନରସିଂହ ଭୋଳ, ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର, ଭିମସାର ନିର୍ଦ୍ଦେଶକ ପ୍ରଫେସର ଲଳିତ ମେହେର, ଅଧକ୍ଷା ଡାକ୍ତର ଜୟଶ୍ରୀ ଦୋରା ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବଲପୁର ପରେ ଏହି ଦଳ ରାଉରକେଲା ଗସ୍ତ କରିଛି । ସେଠାରେ ହାଇଟେକ ମେଡିକାଲ କଲେଜ ଓ ହସପିଟାଲରେ ସ୍ଥିତିର ସମୀଖ୍ୟା କରିଛନ୍ତି ମୁଖ୍ୟ ଶାସନ ସଚିବ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!