Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆଇଆଇସି

by ସଞ୍ଜୟ ସ୍ୱାଇଁ
July 21, 2023
in Crime, State
ଭିଜିଲାନ୍ସ ଜାଲରେ ଆଇଆଇସି
228
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ। ଏକ ଜବତ ବାଲି ଗାଡ଼ିକୁ ଛାଡ଼ି ଦେବାକୁ ସେ ଏହି ଅର୍ଥ ନେଉଥିବା ବେଳେ ଧରାପଡ଼ିଛନ୍ତି। ଶରତ ବେହେରା ନାମକ ଜଣେ ବ୍ୟକ୍ତି ହରଭଙ୍ଗାର ବାଲିଘାଟ ଠିକା ନେଇଛନ୍ତି। ତାଙ୍କର ଏକ ବାଲି ବୋଝେଇ ଗାଡ଼ିକୁ କୌଣସି କାରଣରୁ ପୁଲିସ୍ ଧରିଥିଲା ଓ ତାକୁ ଜବତ କରି ହରଭଙ୍ଗା ଥାନାରେ ରଖାଯାଇଥିଲା। ସେହି ଗାଡ଼ିକୁ ଛାଡ଼ିବା ପାଇଁ ଆଇଆଇସି ଲକ୍ଷେ ଟଙ୍କା ଲାଞ୍ଚ ମାଗିଥିଲେ। ଗତକାଲି ଶରତ ୮୦ ହଜାର ଟଙ୍କା ନେଇ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଦେଇଥିଲେ। କିନ୍ତୁ ୮୦ ହଜାର ଟଙ୍କା ହବନି ବୋଲି ସେ କହିଥିଲେ। ସେଥିରେ ଆଉ ୨୦ ହଜାର ଟଙ୍କା ମିଶାଇ ଆସନ୍ତାକାଲି (ଶୁକ୍ରବାର) ଦିଅନ୍ତୁ ବୋଲି ଶରତଙ୍କୁ ଆଇଆଇସି କହିଥିଲେ। ଶରତ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ। ଆଜି ଶରତଙ୍କ ଠାରୁ ଆଇଆଇସି ପୁଷ୍ପଲତା ରାଉତରାୟ ଲକ୍ଷେ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ବ୍ରହ୍ମପୁର ଓ ବୌଦ୍ଧର ଭିଜିଲାନ୍ସ ଟିମ୍ ମିଳିତ ଭାବେ ଏହି ଚଢ଼ାଉ କରିଥିଲେ ବୋଲି ଜଣାପଡ଼ିଛି। ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଭିଜିଲାନ୍ସ କର୍ମଚାରୀମାନେ ଫୁଲବାଣୀ ନେଇଛନ୍ତି। ସେଠାରେ ତାଙ୍କୁ ଅଧିକ ଜେରା କରାଯାଇପାରେ ବୋଲି ସୂଚନା ରହିଛି। ଏହା ପୂର୍ବରୁ ଦୁଇ ଦିନ ତଳେ ଜଣେ ମଦ ବ୍ୟବସାୟୀଙ୍କ ଠାରୁ ମାସିକିଆ ଚାନ୍ଦା ବାବଦକୁ ୫୦ ହଜାର ଟଙ୍କା ନେଉଥିବା ବେଳେ ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍‌ଆଇ ବଳି ମହାନ୍ତି ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଅନ୍ୟପକ୍ଷରେ ଆଜି ଆଉ ଜଣେ ମହିଳା ଅଧିକାରୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଉଛନ୍ତି ବଲାଙ୍ଗିର ଡିପିସି ଅଫିସର ସଂଯୋଜିକା ପୁଷ୍ପାଙ୍ଗିନୀ ଯୋଶୀ। ସେ ପାଟଣାଗଡ଼ ବ୍ଲକ ସୋଲବନ୍ଧ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ମିତ୍ରଭାନୁ ମାଝୀଙ୍କ ଠାରୁ ୩୧ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!