Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଜଙ୍ଗଲ ଜମି ବିଭାଗର ସଂଯୋଜିକା

by ସଞ୍ଜୟ ସ୍ୱାଇଁ
March 11, 2024
in Crime, State
ଭିଜିଲାନ୍ସ ଜାଲରେ ବଡମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ
148
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ କୁଚିଣ୍ଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜଙ୍ଗଲ ଜମି ବିଭାଗର ସଂଯୋଜିକା ନିଘତ ପରବୀନ। ଜଙ୍ଗଲ ଜମି ପଟ୍ଟା କରି ଦେବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ। କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ପାଇଁ ନିଘତ ପରବୀନ ୨୩ ହଜାର ଟଙ୍କା ମାଗିଥିଲେ। ପ୍ରଥମ କିସ୍ତିରେ ସେ ୧୫ ହଜାର ଟଙ୍କା ନେଇଥିଲେ। ଅଭିଯୋଗ ଅନୁଯାୟୀ, ବାକି ୮ ହଜାର ଟଙ୍କା ନଦେଲେ କାମ ହେବ ନାହିଁ ବୋଲି ସେ କହିଥିଲେ। ଏହି ସମସ୍ତ ହିତାଧିକାରୀ ଗରିବ ଶ୍ରେଣୀର ହୋଇଥିବାରୁ ଏତେ ଟଙ୍କା ଦେବାକୁ ସମର୍ଥ ନଥିଲେ। ତେଣୁ ସେମାନଙ୍କ ମଧ୍ୟରୁ ଜଣେ ଯାଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଏହା ପରେ ଯୋଜନା ମୁତାବକ ସେ ଆଜି ବାକି ୮ ହଜାର ଟଙ୍କା ନେଇ ନିଘତ ପରବୀନଙ୍କୁ ତାଙ୍କ କାର୍ଯ୍ଯାଳୟରେ ଦେଇଥିଲେ। ନିଘତ ପରବୀନ ଲାଞ୍ଚ ଅର୍ଥ ଗ୍ରହଣ କରିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ପରେ ନିଘତ ପରବୀନଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!