ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କ ଘରେ ଚଢ଼ାଉ କରିଛି। ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘର ସମେତ ୧୦ଟି ସ୍ଥାନରେ ଏକାସଙ୍ଗେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍। ଭୁବନେଶ୍ବର, ସୋନପୁର, ବଲାଙ୍ଗିର ଘର ସମେତ ଅଫିସରେ ରେଡ୍ କରାଯାଉଛି। ଭୁବନେଶ୍ୱର ଭିଜିଲାନ୍ସର ସ୍ପେଶାଲ୍ ଜଜ୍ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୧୦ ଡିଏସପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟ ସହାୟକ କର୍ମଚାରୀଙ୍କ ମିଳିତରେ ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରାଯାଇଛି।





