Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ

by ସଞ୍ଜୟ ସ୍ୱାଇଁ
August 5, 2024
in Crime, State
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ
180
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଘର ଓ ଚନ୍ଦ୍ରଖେଶରପୁରରେ ଥିବା ଆପାର୍ଟମେଣ୍ଟ ,ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଘର, ଆଗରପଡ଼ାରେ ଥିବା ପୈତୃକଘର ଓ କଟକ ବାରବାଟୀ ଷ୍ଟାଡିୟମ୍ ପରିସରରେ ଥିବା ଅଫିସରେ ଏହି ଚଢ଼ାଉ କରାଯାଇଛି। ସେହିପରି ଭୁବନେଶ୍ୱର ଇନ୍ଦ୍ରଧନୁ ମାର୍କେଟରେ ପ୍ରଦୀପଙ୍କ ପୁଅ ନାଁରେ ଥିବା ମେଡିସିନ ଦୋକାନରେ ଚଢ଼ାଉ କରାଯାଇଥିବା ସୂଚନା ରହିଛି। ପ୍ରଦୀପଙ୍କ ଯାଜପୁର ଓ ଖୋର୍ଦ୍ଧାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି। ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ଭୋର ପ୍ରାୟ ୪ଟା ସମୟରେ ୧୨ ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୯ ଡିଏସପି ସହ ୧୧ ଇନ୍ସପେକ୍ଟର ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କୁ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ୮୫ଟି ପ୍ଲଟ୍, ଜଳେଶ୍ୱରରେ ୫ ମହଲା କୋଠ , ନଗଦ ୧୧ ଲକ୍ଷ ୭୦ ହଜାର ୯୮୦ ଟଙ୍କା , ୩୩୪.୫୫ ଗ୍ରାମର ସୁନା ଅଳଙ୍କାର, ଗୋଟିଏ ସୁନା ବିସ୍କୁଟ, ବ୍ୟାଙ୍କ, ପୋଷ୍ଟାଲ ଓ ବୀମା ଜମା ବାବଦକୁ ୭୮ ଲକ୍ଷ ୨ହଜାର ୭୭୯ ଟଙ୍କା ଜବତ କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!