Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆରଆଇ ଓ ଏଆରଆଇ

by ସଞ୍ଜୟ ସ୍ୱାଇଁ
September 3, 2024
in Crime, State
ଭିଜିଲାନ୍ସ ଜାଲରେ ଆରଆଇ ଓ ଏଆରଆଇ
123
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଘରବାଡ଼ି ପଟ୍ଟା କରିବାକୁ ମାଗିଲେ ୧୦ ହଜାର ଟଙ୍କା । ୧୦ ହଜାର ନ ହେଲେ କାମ ହେବନି ବୋଲି ବି ରୋକଠୋକ ଶୁଣାଇଦେଲେ। ମାତ୍ର ବହୁ ମୁଲଚାଲ ପରେ ଶେଷରେ ୫ ହଜାରରେ କଥା ଛିଣ୍ଡିଲା। ଆଉ ଆଜି ଏହି ୫ ହଜାର ଟଙ୍କା ନେଉଥିବା ବେଳେ ଜଣେ ରାଜସ୍ୱ ନିରୀକ୍ଷକ(RI) ଓ ଆସିଷ୍ଟାଷ୍ଟ ରାଜସ୍ୱ ନିରୀକ୍ଷକ (ARI)ଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ଏପରି ଏକ ଘଟଣା ଆଜି ସକାଳୁ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରେ ଘଟିଛି। ଭିଜିଲାନ୍ସ ହାତରେ ଧରା ପଡ଼ିଥିବା କର୍ମଚାରୀଦ୍ୱୟ ହେଲେ ଜିଲ୍ଲା ସାନଖେମୁଣ୍ଡି ତହସିଲ ପୋଡ଼ାମାରିର RI ଆଦିତ୍ୟ କୁମାର ସେନାପତି ଏବଂ ARI ଟିଟୁ ସେଠି । ପୋଡ଼ାମାରି ଗ୍ରାମର ବାଳକୃଷ୍ଣ ପଣ୍ଡା ନିଜ ଘରବାଡ଼ି ପଟ୍ଟା ପାଇଁ ପୋଡ଼ାମାରି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ଏଥିପାଇଁ ୧୦ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି ଉଭୟ ଆଦିତ୍ୟ କୁମାର ଓ ଟିଟୁ ସେଠି ତାଙ୍କୁ କହିଥିଲେ। ମାତ୍ର ଶେଷରେ ବାଳକୃଷ୍ଣ ୫ ହଜାର ଟଙ୍କା ଦେବା ପାଇଁ ରାଜି ହେଇଥିଲେ l ଏନେଇ ସେ ଭିଜିଲାନ୍ସକୁ ଖବର ଦେଇଥିଲେ। ଯୋଜନା ମୁତାବକ ଆଜି ସକାଳେ ବାଳକୃଷ୍ଣ ଲାଞ୍ଚ ଟଙ୍କା ଦେବା ନିମନ୍ତେ ଉଭୟ ଆଦିତ୍ୟ କୁମାର ଓ ଟିଟୁ ସେଠିଙ୍କୁ ପୋଡ଼ାମାରିର ବସଷ୍ଟାଣ୍ଡ ନିକଟକୁ ଡକାଇଥିଲେ। ସେଠାରେ ଉଭୟ ପହଞ୍ଚିବା ପରେ ବାଳକୃଷ୍ଣ ସେମାନଙ୍କୁ ଟଙ୍କା ଦେଇଥିଲେ। ଏହାପରେ ସେଠାରେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଅଧିକାରୀ ଉଭୟଙ୍କୁ କାବୁ କରି ନେଇଛନ୍ତି। ଉଭୟଙ୍କୁ ଭିଜିଲାନ୍ସ କାର୍ଯ୍ୟାଳୟକୁ ଉଠାଇ ନେଇ ଅଧିକ ପଚରାଉଚରା କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!