ନୂଆପଡ଼ା, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବିଡିଓ। ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ନୂଆପଡ଼ା ଓ ବଲାଙ୍ଗିର ସମେତ ୫ଟି ସ୍ଥାନରେ ରେଡ୍ ହେଉଛି। ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ପୈତୃକ ଘର, ଅଫିସ ଓ ବାସଭବନରେ ରେଡ୍ ଚାଲିଛି। ଏହି ରେଡ୍ରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସମ୍ପୃକ୍ତ ଅଛନ୍ତି। ଏବେ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ। ରେଡ୍ ସରିବା ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ମିଳିପାରେ ବୋଲି ଅନୁମାନ କରାଯାଉଛି।






