Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଲାଞ୍ଚ ନେଉଥିଲେ ୧୦ ହଜାର

by ସଞ୍ଜୟ ସ୍ୱାଇଁ
April 11, 2023
in Crime, State
ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଲାଞ୍ଚ ନେଉଥିଲେ ୧୦ ହଜାର
102
VIEWS
Share on FacebookShare on Twitter

ହିନ୍ଦୋଳ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡ଼ିଗଲେ ଶିକ୍ଷାଧିକାରୀ। ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ଲାଞ୍ଚ ନେଉଥିଲା ବେଳେ ନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ତାଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରୁଛି। ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲ ଶାନ୍ତୁନଙ୍କ ପାଖକୁ ବାରମ୍ବାର ଆସିଥିଲେ। ହେଲେ ତାଙ୍କ କାମ ହେଉ ନଥିଲା। ୧୦ ହଜାର ଟଙ୍କା ଲାଞ୍ଚ ଦେଲେ କାମ ହୋଇପାରିବ ବୋଲି ଶାନ୍ତୁନ କହିଥିଲେ। ଏନେଇ ଅଦ୍ୱୈତଙ୍କ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। କଟକ ଓ ଢେଙ୍କାନାଳ ଭିଜିଲାନ୍ସ ବିଭାଗ ଟିମ୍ ଯୋଜନା ମୁତାବକ ଶିକ୍ଷାଅଧିକାରୀଙ୍କ କାର‌୍ୟ୍ୟାଳୟରେ ଆଜି ଛପିକି ରହିଥିଲେ। ଆଜି ସକାଳେ ଅଦ୍ୱୈତଙ୍କ ଠାରୁ ଲାଞ୍ଚ ଟଙ୍କା ନେବେଳେ ଶାନ୍ତନଙ୍କୁ ଭିଜିଲାନ୍ସ ଟିମ୍ ମାଡ଼ିବସିଥିଲା। ତାଙ୍କ ପାଖରୁ ୧୦ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ଭିଜିଲାନ୍ସ କାର‌୍ୟ୍ୟାଳୟକୁ ନେଇ ପଚରାଉଚରା କରୁଛି। ଏହାସହ ଶାନ୍ତନୁଙ୍କ ଭଦ୍ରକ ସ୍ଥିତ ନିଜ ଘର, ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀଙ୍କ କାର‌୍ୟ୍ୟାଳୟ ଓ ଖଜୁରିଆକଟା ଭଡ଼ା ଘରେ ରେଡ ଚାଲିଛି। ତାଙ୍କୁ ଘରୁ ୯୧ ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ଶାନ୍ତୁନଙ୍କ ନାଁରେ ପୂର୍ବରୁ ଲାଞ୍ଚ ନେଇ କାମ କରୁଥିବା ଅଭିଯୋଗ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!