ସୁନ୍ଦରଗଡ, (ବାଘୁଆବାର୍ତ୍ତା): ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କ ଘରେ ଭିଜିଲାନ୍ସ ରେଡ଼ । ସୁନ୍ଦରଗଡ଼ ଆସିଷ୍ଟାଣ୍ଟ ଇଞ୍ଜିନିୟର ସଞ୍ଜୟ ବେହେରା । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ସେ ବର୍ତ୍ତମାନ ହେମଗିରି ଅଞ୍ଚଳ ପାଇଁ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଦାୟିତ୍ଵରେ ଥିଲେ ।
ସୁନ୍ଦରଗଡ ଜିଲ୍ଲା ଆର୍ଡି ଅଫିସ, ଲେଫ୍ରିପଡ଼ା ଅଫିସ ଓ ସରକାରୀ ବାସଭବନ, ସୁନ୍ଦରଗଡ ଭଡ଼ା ଘର, ଭଦ୍ରକ ବନ୍ତ୍ ରେ ଥିବା ପୈତୃକ ଘର, ଭଦ୍ରକ ସିନ୍ଦୋଲ ରେ ଥିବା ଶ୍ବଶୁର ଘର ଓ ବନ୍ତ ଛକରେ ଥିବା ତାଙ୍କ ଘରେ ଏକ କାଳୀନ ଚଢାଉ କରୁଛି ଭିଜିଲାନ୍ସ । ତେବେ ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।





