Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିପତି ଓଏଏସ୍‌‌ ଅଫିସର ସଂଗ୍ରାମ କେଶରୀ ଜେନା ଗିରଫ

by ସଞ୍ଜୟ ସ୍ୱାଇଁ
September 15, 2023
in Crime, State
ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର
248
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଏଏସ୍‌‌ ଅଫିସର ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ପୂର୍ବରୁ ଗଞ୍ଜାମ ଜିଲ୍ଲା ବୁଗୁଡ଼ାରେ ତହସିଲଦାର ଥିବା ସଂଗ୍ରାମ ଜେନା ଏବେ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଗତକାଲି ତାଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଚଢ଼ଉ ପରେ ସଂଗ୍ରାମଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା ହୋଇଯାଇଛନ୍ତି। କାରଣ ସଂଗ୍ରାମ ଜଣେ ଓଏଏସ୍‌‌ ଅଫିସର ହୋଇ ମଧ୍ୟ ଆୟ ଠାରୁ ଅଧିକ ସମ୍ପିତ୍ତି ଅର୍ଜନ କରିଛନ୍ତି। ଜେନାଙ୍କର ଖୋର୍ଦ୍ଧା ଜିଲ୍ଲା ବାଲୁଗାଁସ୍ଥିତ ଜେନା କଲୋନୀରେ ୭୫୫୪ ବର୍ଗଫୁଟ ଅଞ୍ଚଳରେ ଏକ ତିନି ମହଲା କୋଠା ଅଛି। ଏହାର ମୂଲ୍ୟ ପ୍ରାୟ ୧.୩୬ କୋଟି ଟଙ୍କା। ତା’ସହିତ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ହରିପୁରରେ ତାଙ୍କର ଏକ କୋଠା ଅଛି। ତାଙ୍କର ୧୧ଲକ୍ଷ ଟଙ୍କାର ୪ଟି ପ୍ଲଟ୍‌‌ ରହିଛି। ସେଥିରୁ ୪ଟି ବାଣପୁରର ଛୋଟରାୟପୁର ଶାସନରେ ଥିବା ବେଳେ ଆଉ ଗୋଟିଏ ବାଲୁଗାଁର ସରଳାପଦରରେ ଅଛି। ବାଲୁଗାଁର ରାମପୁର ମୌଜାରେ ଆଉ ଗୋଟିଏ ବେନାମୀ ପ୍ଲଟ କିଣିବା ପାଇଁ ସେ ୧୧ ଲକ୍ଷ ଟଙ୍କା ଅଗ୍ରୀମ ପୈଠ କରିଛନ୍ତି। ଏହି ସବୁ ପ୍ଲଟ୍‌‌ଗୁଡ଼ିକର ମୂଲ୍ୟ କେତେ ହେବ, ତାହା ଜାଣିବା ପାଇଁ ମାପଚୁପ ଓ ହିସାବ ଜାରି ରଖିଛି ଭିଜିଲାନ୍ସର ବୈଷୟିକ ଟିମ୍‌‌। ସଂଗ୍ରାମଙ୍କ ବ୍ୟାଙ୍କ୍‌‌ ଆକାଉଣ୍ଟ ଏବଂ ପୋଷ୍ଟାଲ ଆକାଉଣ୍ଟରେ ୨୧.୪୬ଲକ୍ଷ ଟଙ୍କା ରହିଛି। ତାଙ୍କ ନିକଟରୁ ୮୫ହଜାର ଟଙ୍କା ଜବତ କରାଯାଇଛି। ୩୮.୨୯ଲକ୍ଷର ୩ଟି ଚାରିଚକିଆ ଥିବା ବେଳେ ୨ଟି ଦୁଇ ଚକିଆ ଯାନ ରହିଛି। ଆହୁରି ମଧ୍ୟ ୧୧.୦୫ ଲକ୍ଷ ଟଙ୍କାର ଘରର ସୁନା ଗହଣା ଏବଂ ଆସବାବପତ୍ର ରହିଛି। ତାଙ୍କ ନାମରେ ଦୁର୍ନୀତି ଏବଂ ଲାଞ୍ଚ କାରବାର ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ସତ୍ୟାସତ୍ୟ ଜଣାପଡ଼ିବା ଭିଜିଲାନ୍ସ ପକ୍ଷରୁ ଚଢ଼ଉ ପାଇଁ କୋର୍ଟରୁ ଅନୁମତି ଅଣାଯାଇଥିଲା। କୋର୍ଟ ଅନୁମତି ଦେବା ପରେ ଭିଜିଲାନ୍ସର ୪ଟି ଟିମ୍‌‌ ଚଢ଼ଉ କରିଥିଲା। ଚଢ଼ଉରେ ୩ଜଣ ଡିଏସ୍‌‌ପି,୧୦ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ଚଢ଼ଉରେ ସାମିଲ ହୋଇଥିଲେ। ଚଢ଼ଉ ପରେ କୋଟି କୋଟି ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା। ଏହା ପରେ ଭିଜିଲାନ୍ସ ସଂଗ୍ରାମଙ୍କୁ ଉଠାଇ ନେଇ ପଚରାଉଚରା କରିବା ପରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ନାମରେ ଡିଏ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି। ଯେଉଁ ସବୁ ଜାଗାରେ ସଂଗ୍ରାମଙ୍କ କାମ କରିଛନ୍ତି ସେ ଜାଗାକୁ ଯାଇ ଯାଞ୍ଚ କରୁଛି ଭିଜିଲାନ୍ସ। ପ୍ରମାଣ ମିଳିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!