Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିପତି ଯନ୍ତ୍ରୀ, ୨ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୩୪ଟି ପ୍ଲଟ୍ ଠାବ

by ସଞ୍ଜୟ ସ୍ୱାଇଁ
July 25, 2024
in Crime, State
କୋଟିପତି ଯନ୍ତ୍ରୀ, ୨ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୩୪ଟି ପ୍ଲଟ୍ ଠାବ
131
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡ଼ିଥିବା ବଲାଙ୍ଗିର ଲୋୟର ସୁକତେଲ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର ବିପୁଳ ସମ୍ପତ୍ତି ଠାବ କରାଯାଇଛି। ତାଙ୍କର ୨ଟି ବହୁତଳ କୋଠା ସହିତ ୨ଟି ଫ୍ଲାଟ୍ ଏବଂ ୩୪ଟି ପ୍ଲଟ୍ ଠାବ କରିଛି ଭିଜିଲାନ୍ସ। ଏହା ବ୍ୟତୀତ ତାଙ୍କର ୨ଟି ଟ୍ରକ୍‌, ୨ଟି ଚାରି ଚକିଆ ଯାନ ଓ ୪ଟି ବାଇକ୍ ଅଛି। ତାଙ୍କ ଘରୁ ୧୭୬ ଗ୍ରାମ ସୁନା ଅଳଙ୍କାର ସହିତ ନଗଦ ୨ ଲକ୍ଷ ୩୪ ହଜାର ଟଙ୍କା ମିଳିଛି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁରର ନୀଳାଦ୍ରି ବିହାରରେ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର ଗୋଟିଏ ୩ ମହଲା କୋଠା ଅଛି। ସେହିଭଳି ଭୁବନେଶ୍ୱରର ନୟାପଲ୍ଲୀର ନୀଳକଣ୍ଠ ନଗରରେ ତାଙ୍କର ଏକ ୨ ମହଲା କୋଠା ରହିଛି। ପୁରୀର ଦୋଳମଣ୍ଡପସାହି ସ୍ଥିତ ଶ୍ରୀକ୍ଷେତ୍ର ଭକ୍ତ ନିବାସରେ ତାଙ୍କର ଏକ 2-BHK ଫ୍ଲାଟ ଅଛି। ପୁରୀର ଭିଆଇପି ରୋଡ୍‌ ସ୍ଥିତ କୃଷ୍ଣଧାମ ଆପାର୍ଟମେଣ୍ଟରେ ତାଙ୍କର ଗୋଟିଏ 1-BHK ଫ୍ଲାଟ୍ ଅଛି। ଭୁବନେଶ୍ୱର, ପୁରୀ, କଟକ ଓ ଢେଙ୍କାନାଳରେ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର ୩୪ଟି ପ୍ଲଟ୍ ଅଛି। ଏହି ସମସ୍ତ ଘର ଓ ପ୍ଲଟ୍‌ଗୁଡ଼ିକର ମାପଚୁପ ଓ ମୂଲ୍ୟାୟନ କାର୍ଯ୍ୟ ଜାରି ରଖିଛି ଭିଜିଲାନ୍ସ। ଯନ୍ତ୍ରୀ ସୁନୀଲ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଭୁବନେଶ୍ୱର ସମେତ ପୁରୀ,ଅନୁଗୋଳ, କଟକ ଓ ବଲାଙ୍ଗିରର ମୋଟ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି। ୨ ଜଣ ଅତିରିକ୍ତ ଏସ୍‌ପି, ୮ ଜଣ ଡିଏସ୍‌ପି, ୬ ଜଣ ଇନ୍‌ସପେକ୍ଟର, ୧୦ ଜଣ ଏଏସ୍‌ଆଇଙ୍କ ସହିତ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!