ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି। ବିଜୟଙ୍କ ଭୁବନେଶ୍ୱରରେ ଥିବା ଅଫିସ ସହ ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବିଜୟ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା।





