Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଅନ ଚାକିରିରୁ ରେକର୍ଡ ସପ୍ଲାଏର, ବାହାରୁଛି ପୁଳାପୁଳା ବେନାମୀ ସମ୍ପତ୍ତି

by ସଞ୍ଜୟ ସ୍ୱାଇଁ
August 28, 2024
in Crime, State
ପିଅନ ଚାକିରିରୁ ରେକର୍ଡ ସପ୍ଲାଏର, ବାହାରୁଛି ପୁଳାପୁଳା ବେନାମୀ ସମ୍ପତ୍ତି
319
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପିଅନରୁ ରେକର୍ଡ ସପ୍ଲାଏର। ଆଉ ୩ଦିନ ପରେ ଚାକିରିରୁ ଅବସର ନେଇଥାନ୍ତେ। କିନ୍ତୁ ଆଜି ଅଚାନକ ମାଡ଼ି ବସିଲା ଭିଜିଲାନ୍ସ। ଆଉ ଯାହା ସମ୍ପତ୍ତି ପାଇଲା ତାକୁ ଦେଖି ଭିଜିଲାନ୍ସ ଅଫିସରମାନେ ବି ଜଳକା। ପୁଳାପୁଳା ବେନାମୀ ସମ୍ପତ୍ତି ସହ ଭୁବନେଶ୍ୱରର କାନନବିହାର ଭଳି ଅଂଚଳରେ ପ୍ରାୟ ୧୧ ହଜାର ବର୍ଗଫୁଟ ଜମିରେ ଗଢ଼ିଉଠିଛି ବାବୁଙ୍କର ୪ମହଲା କୋଠା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)ରେ ରେକର୍ଡ ସପ୍ଲାଏର ଥିବା ପୁରେନ୍ଦ୍ର କୁମାର ସେଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ ପରେ ଏସବୁ ତଥ୍ୟ ପଦାକୁ ଆସିଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ସିଏଚଏସଇରେ ରେକର୍ଡ ସପ୍ଲାଏର ଥିବା ଶ୍ରୀ ସେଠୀଙ୍କର କାନନବିହାରଠାରେ ୧୦୮୮୦ ବର୍ଗଫୁଟ ଅଂଚଳ ଜମିରେ ୪ ମହଲା କୋଠା ରହିଛି । ସେହିପରି ବିଭିନ୍ନ ଲୋକଙ୍କ ନାଁରେ ଶ୍ରୀ ସେଠୀ ୬ଡିସିମିଲରୁ ୧୧ଡିସିମିଲ ପରିମିତର ମୋଟ ୧୬ଟି ମୂଲ୍ୟବାନ ଜମି କ୍ରୟ କରିଛନ୍ତି । ଯାହାକି ତାଙ୍କର ବେନାମୀ ସମ୍ପତ୍ତି ବୋଲି ଜଣାପଡ଼ିଛି । ତାଙ୍କଠୁ ୧ଲକ୍ଷ ୭୦ହଜାର ଟଙ୍କା ନଗଦ ଅର୍ଥ ସହ ୧୬ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା, ବୀମା ଓ ମ୍ୟୁଚୁଆଲ ଫଣ୍ଡରେ ବିନିଯୋଗ ସାମିଲ ଅଛି । ତାଙ୍କର ଟୟୋଟା ଅର୍ବାନ କ୍ରୁଜର ଓ ଟୟୋଟା ଇଟଅସ୍ ଲିଭା ଭଳି ଦୁଇଟି ଚାରିଚକିଆ ସହ ୫ଟି ଦୁଇଚକିଆ ଗାଡ଼ି ଥିବା ମଧ୍ୟ ଜଣାପଡ଼ିଛି । ଏବେବି ତାଙ୍କର ଅଧିକ ସମ୍ପତ୍ତି ଜାଣିବା ପାଇଁ ଭିଜିଲାନ୍ସ ଚଢ଼ଉ ଜାରି ରଖିଥିବା ସୂଚନା ଦେଇଛି । ଅନ୍ୟପକ୍ଷରେ ଭିଜିଲାନ୍ସ ସୂତ୍ର ଅନୁସାରେ , ନୂଆପଡ଼ା ଜିଲ୍ଲାରେ ଗୋଟିଏ ଯୁକ୍ତ ଦୁଇ ଆବାସିକ କଲେଜ ରହିଛି, ଯାହାକି ଶ୍ରୀସେଠୀଙ୍କର ବେନାମୀ ସମ୍ପତ୍ତି ବୋଲି ସନ୍ଦେହ କରାଯାଉଛି । ଏଦିଗରେ ଅଧିକ ଖୋଳତାଡ଼ ଜାରି ରହିଛି ବୋଲି ଜଣାପଡ଼ିଛି । ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ଜଣ ଏଏସଆଇ ଆଜି ସକାଳୁ ଶ୍ରୀ ସେଠୀଙ୍କ କାନନବିହାର ଘର, ଜଗତସିଂହପୁର ବାଲିକୁଦାର କେଉପଡ଼ାସ୍ଥିତ ପୈତୃକ ଘର ଓ ତାଙ୍କ ସାମନ୍ତରାପୁରସ୍ଥିତ ଅଫିସରେ ଚଢ଼ଉ କରିଛନ୍ତି । ତେବେ ପିଅନରୁ ଚାକିରି ଆରମ୍ଭ କରିଥିବା ଶ୍ରୀ ସେଠୀ କିଭଳି କୋଟିକୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିବାରେ ସକ୍ଷମ ହେଲେ ତାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!