Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପଞ୍ଝାରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 12, 2025
in Crime, State
ଭିଜିଲାନ୍ସ ପଞ୍ଝାରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
65
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଭିଜିଲାନ୍ସ ପଞ୍ଝାରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ। ଲାଞ୍ଚ ଟଙ୍କା ନେଇ ଯାଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। କାର୍ ଭିତରୁ ୫ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ ହୋଇଛି। ଏହାସହିତ ଅଧିକ ଚଢାଉରେ ଘରୁ ମିଳିଛି ନଗଦ ୧୩ ଲକ୍ଷ ୫୦ ହଜାର ଟଙ୍କା। ଖବର ଅନୁଯାୟୀ, ଚିତ୍ରକୋଣ୍ଡା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଇଥିବା ଖବର ପାଇ ଭିଜିଲାନ୍ସ ତାଙ୍କ ଉପରେ ନଜର କରିଥିଲା। ଶୁକ୍ରବାର ପବିତ୍ର ମୋହନ ପାଣିଗ୍ରାହୀ ତାଙ୍କ କାର୍ଯ୍ୟାଳୟରୁ ଯିବା ସମୟରେ ଭିଜିଲାନ୍ସର ଏକ ଟିମ୍ ଗୋବିନ୍ଦପଲ୍ଲୀ ଛକ ନିକଟରେ ତାଙ୍କୁ ଅଟକାଇ ଯାଞ୍ଚ କରିଥିଲା। ଏହି ସମୟରେ ଯନ୍ତ୍ରୀଙ୍କ କାର୍ ଭିତରୁ ନଗଦ ୫ ଲକ୍ଷ ୭ ହଜାର ଟଙ୍କା ଜବତ ହୋଇଥିଲା। ଏନେଇ ପବିତ୍ର ମୋହନ ପାଣିଗ୍ରାହୀଙ୍କୁ ପଚାରିବାରୁ ସେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ। ଏହା ପରେ ଭିଜିଲାନ୍ସ ଟିମ୍ ଯନ୍ତ୍ରୀଙ୍କ ବିଭିନ୍ନ ଠିକଣାରେ ଚଢାଉ କରିଥିଲା। ଚଢାଉ ବେଳେ ପବିତ୍ର ମୋହନଙ୍କ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର, ଡମଣା ସ୍କୋୟାର, ନନ୍ଦଦେବୀ ଆପାର୍ଟମେଣ୍ଟରୁ ୧୩ ଲକ୍ଷ ୫୦ ହଜାର ଟଙ୍କା ସହ ଅନ୍ୟାନ୍ୟ ସୁନା ଗହଣା ଜବତ ହୋଇଥିଲା। ପବିତ୍ର ମୋହନ ପାଣିଗ୍ରାହୀଙ୍କ ଠାରୁ ମୋଟ ୧୮ ଲକ୍ଷ ୫୭ ହଜାର ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ଏବେ ଯନ୍ତ୍ରୀଙ୍କୁ ଅଟକ ରଖି ତନାଘନା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!