Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର

by ସଞ୍ଜୟ ସ୍ୱାଇଁ
November 6, 2024
in Crime, State
ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର
143
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର । ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ଆଜି ସକାଳୁ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । ଆଜି ଭୋର ୪ଟାରୁ ଏହି ଚଢ଼ାଉ ଆରମ୍ଭ ହୋଇଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ ଥିବା ସମ୍ପର୍କୀୟଙ୍କ ଘରେ ତଥା ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ତେବେ ଜୁନିୟର ମ୍ୟାନେଜର ବାବୁଙ୍କ ଘରୁ କେତେ ସମ୍ପତ୍ତି ଠାବ କରାଗଲାଣଇ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନି। ଏଥିସହ ଟିମ୍‌ ସଦସ୍ୟ ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଜମାପୁଞ୍ଜିର ବି ଖୋଳତାଡ଼ କରୁଛନ୍ତି। ଗତ କିଛି ମାସ ହେଲାଣି ରାଜ୍ୟରେ ଭିଜିଲାନ୍ସ ବିଭାଗ ଆକ୍ସନ ମୁଡକୁ ଚାଲି ଆସିଥିବା ବେଳେ ଲାଞ୍ଚୁଆ ବାବୁଙ୍କ ମନରେ ଛନକା ପଶିଛି। କେତେବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିବେ ଭାବି ପ୍ରମାଦ ଗଣୁଛନ୍ତି। ଏଥିସହ ବେଆଇନ ଭାବେ ଠୁଳ କରିଥିବା ସମ୍ପତ୍ତି ଲୁଚାଇବାକୁ ବି ଜାଗା ପାଉ ନାହାନ୍ତି। ଗତ ୪ ମାସରେ ଭିଜିଲାନ୍ସ ବିଭାଗ ପକ୍ଷରୁ ହୋଇଥିବା ଚଢ଼ାଉରେ ୭ ଇଞ୍ଜିନିୟରଙ୍କ ଘରୁ ପୁଳା ପୁଳା ପ୍ଲଟ ଓ କେଜି କେଜି ସୁନା ଜବତ ହୋଇଛି। ଏହା ଦେଖି ସାଧାରଣ ଲୋକଙ୍କୁ ଜୋରଦାର ଝଟକା ଲାଗିଥିବା ବେଳେ ବାବୁମାନେ ଏବେ ଆଇନ ଜାଲରେ ଛନ୍ଦି ହୋଇ ଜେଲ୍‌ରେ ରହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!