ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଜୁନିୟର ମାଇନିଂ ଅଫିସର । କେନ୍ଦୁଝର ଜୁନିୟର ମାଇନିଂ ଅଫିସର ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି । ଏକାକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ କେନ୍ଦୁଝର ଜୁନିୟର ମାଇନିଂ ଅଫିସର ପଦ୍ମନାଭ ହୋତାଙ୍କ ଘରେ ଚଢାଉ ହୋଇଛି । ବୁଧବାର ସକାଳୁ ସକାଳୁ ଭିଜିଲାନ୍ସର ୭ଟି ଟିମ୍ ବିଭିନ୍ନ ସ୍ଥାନରେ ଚଢାଉ କରିଛି । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ କେନ୍ଦୁଝର, ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର ରହିଛି । ଏହି ଚଢାଉରେ ୭ଜଣ ଡିଏସ୍ପି, ୫ ଜଣ ଇନ୍ସପେକ୍ଟର, ୮ଜଣ ଏଏସ୍ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛି । ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସୂଚନା ମିଳିନାହିଁ ।





