Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଟିପତି କିରାଣି ଗିରଫ

by ସଞ୍ଜୟ ସ୍ୱାଇଁ
April 10, 2021
in Crime
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଟିପତି କିରାଣି ଗିରଫ
261
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି କଟକସ୍ଥିତ ମୁଖ୍ୟ ବନ ସଂରକ୍ଷକଙ୍କ (କେନ୍ଦୁପତ୍ର) କାର୍ଯ୍ୟାଳୟରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟରତ ଦିଲୀପ କୁମାର ଜେନାଙ୍କୁ ପୁଲିସ ଗିରଫ କରିଛି ପୁଲିସ। ଗତକାଲି ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ଜେନାଙ୍କ ଘର ସମେତ ୪ଟି ସ୍ଥାନରେ ଚଢ଼ାଉ କରିଥିଲା। ଭୁବନେଶ୍ୱର ଭିଜିଲାନ୍ସର ସ୍ୱତନ୍ତ୍ର ଜଜଙ୍କ ଦ୍ୱାରା ଜାରି ଓ୍ଵାରେଣ୍ଟ୍ ନମ୍ବର ୪/୨୧ ବଳରେ ଦିଲୀପ କୁମାର ଜେନା ରହୁଥିବା ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ଥିବା ଫରେଷ୍ଟ୍ ଟ୍ରେନିଙ୍ଗ୍ କଲେଜ ପରିସରସ୍ଥ ଆବାସିକ କ୍ୱାର୍ଟର୍ସ ନମ୍ବର ବି-୪ ସମେତ ଜାଗମରାର ମଲ୍ଲିକ କମ୍ପେ୍ଲକ୍ସରେ ଥିବା ତାଙ୍କ ତିନି ତାଲା କୋଠା, ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ଗାଁରେ ଥିବା ତାଙ୍କ ପୈତୃକ ଗୃହ ଏବଂ କଟକ ସହରସ୍ଥିତ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟରେ ଥିବା ତାଙ୍କ ସେକ୍ସନ୍ ଅଫିସ୍ ପ୍ରକୋଷ୍ଠରେ ଏକକାଳୀନ ତଲାସି ଚାଲିଥିଲା।
ଏହି ଚଢ଼ାଉ ସମୟରେ ଦିଲୀପ କୁମାର ଜେନାଙ୍କର ୩କୋଟିରୁ ଅଧିକ ସମ୍ପତ୍ତି ଠାବ କରାଯାଇଥିଲା । ଘରୁ ସୁନା ଗହଣା ସହିତ ନଗଦ ଟଙ୍କା ଏବଂ ଜାଗମରା ମଲ୍ଲିକ କମ୍ପେ୍ଲକ୍ସରେ ଥିବା ୪ମହଲା କୋଠା, ଯାହାର ମୂଲ୍ୟ ୧କୋଟି ୮ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି। ସୁନା ଗହଣା ଏବଂ ଘର ସମେତ ଦାମୀ ଗାଡ଼ି ମଧ୍ୟ ଜବତ କରାଯାଇଥିଲା। ଏବେ କୋଟିପତି କିରାଣିଙ୍କୁ ପୁଲିସ ଗିରଫ କରିଥିବା ବେଳେ ଆଉ କେତେ ସମ୍ପତ୍ତି ଏବଂ ଘର-ଜାଗାବାଡି ଅଛି ସେନେଇ ତଦନ୍ତ ଜାରି ରହିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!