Friday, November 21, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

by ସଞ୍ଜୟ ସ୍ୱାଇଁ
April 18, 2024
in State
ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ
145
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା। ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ୍। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ । କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା ଓ କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ସୂଚନାଯୋଗ୍ୟ, ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!