Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ

by ସଞ୍ଜୟ ସ୍ୱାଇଁ
October 15, 2024
in NATIONAL NEWS
ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ
72
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତୀୟ ନିର୍ବାଚନ କମିଶନ ଆଜି ଝାରଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି ଏଠାରେ ରେକର୍ଡ ବିଜୟ ହାସଲ କରିଥିଲେ। ଏଥିସହ ସେ ରେଏବରେଲୀରୁ ମଧ୍ୟ ଜିତିଥିଲେ। ରେଜଲ୍ଟ ବାହାରିବା ପରେ ତାଙ୍କୁ ୱାୟନାଡ ଆସନ ଛାଡ଼ିବାକୁ ପଡ଼ିଥିଲା। ଏଠାରେ ଆସନ ଖାଲି ପଡ଼ିଥିବାରୁ ଆଜି ନିର୍ବାଚନ କମିଶନ ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଲଢ଼ିବେ। ମୁଖ୍ୟ ନିର୍ବାଚନ କମିଶନର ରାଜବୀ କୁମାରଙ୍କ ଘୋଷଣା ଅନୁଯାୟୀ, କେରଳର ୱାୟନାଡ ଲୋକସଭା ଆସନରେ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗ୍ୟାଜେଟ ନୋଟିଫିକେସନ ୧୮ ଅକ୍ଟୋବରରେ ପ୍ରକାଶ ପାଇବ। ନାମାଙ୍କନ ଦାଖଲ ଶେଷ ତାରିଖ ଅକ୍ଟୋବର ୨୫ ରହିଥିବା ବେଳେ ପ୍ରତ୍ୟାହାର ପାଇଁ ଅକ୍ଟୋବର ୩୦କୁ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୩ରେ ଏଠାରେ ଭୋଟିଂ ହେବାକୁ ଥିବା ବେଳେ ନଭେମ୍ବର ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏହାବାଦ ଦେଶର ବିଭିନ୍ନ ପ୍ରାନ୍ତରେ ଖାଲି ପଡ଼ିଥିବା ୪୭ଟି ବିଧାନସଭା ଆସନରେ ମଧ୍ୟ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ମହାରାଷ୍ଟ୍ରର ଗୋଟିଏ ଲୋକସଭା ଆସନ ଓ ଉତ୍ତରାଖଣ୍ଡର ଗୋଟିଏ ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ନଭେମ୍ବର ୨୦ରେ ଅନୁଷ୍ଠିତ ହେବ। ଏହି ଆସନ ଗୁଡ଼ିକରେ ଭୋଟ ଗଣତି ସହ ରେଜଲ୍ଟ ନଭେମ୍ବର ୨୩ରେ ପ୍ରକାଶ ପାଇବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!