Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ BMC ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

by ସଞ୍ଜୟ ସ୍ୱାଇଁ
May 7, 2025
in State
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ BMC ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
29
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ ବିଏମ୍ସି ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ ଖୋଲାଯାଇଛି । ସିଭିଲ ଡିଫେନ୍ସର ମକଡ୍ରିଲ୍ ପାଇଁ ଏହା କାମ କରିବ । ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ବିଏମସିର ଏହି କଣ୍ଟ୍ରୋଲରୁମ ବୁଲି ତଦାରଖ କରିଛନ୍ତି । ଯୁଦ୍ଧ ପରିସ୍ଥିତି ସମୟରେ ସମ୍ଭାବ୍ୟ ଆକାଶ ମାର୍ଗ ଆକ୍ରମଣରୁ ଧନଜୀବନ ସୁରକ୍ଷା ନିମନ୍ତେ ବିଏମ୍ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କମିଶନର ରାଜେଶ ପ୍ରଭାକର ପାଟିଲଙ୍କ ପରାମର୍ଶକ୍ରମେ ଆବଶ୍ୟକ ପଦକ୍ଷେପ ନିଆଯାଇଛି । ବିଏମ୍ସି ଇଣ୍ଟିଗ୍ରେଟେଡ କମାଣ୍ଡ ଆଣ୍ଡ୍ କଣ୍ଟ୍ରୋଲ ସେଣ୍ଟରରେ ହୋଇଥିବା ପ୍ରସ୍ତୁତି ଖୋର୍ଦ୍ଧା ଜିଲ୍ଲାପାଳ ବୁଲି ଦେଖିଥିଲେ । ଆକ୍ରମଣ ସମୟରେ ତ୍ୱରିତ ପଦକ୍ଷେପ ସହ ଯୋଗଯାଗ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ସମ୍ପର୍କରେ ଅଧିକାରୀମାନଙ୍କ ସହ ସେ ଆଲୋଚନା କରିଛନ୍ତି । ଏହି ଅବସରରେ ବିଏମ୍ସି କାର୍ଯ୍ୟାଳୟରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକାରୀ କରିବା ସହ ୧୯୨୯ରେ ଯୋଗାଯୋଗ କରିବାକୁ ଜନ ସାଧାରଣଙ୍କୁ ସେ ପରାମର୍ଶ ଦେଇଛନ୍ତି । ଏଥିପ୍ରତି ସଜାଗ ରହିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ମକଡ୍ରିଲ ସମ୍ପର୍କିତ ପ୍ରସ୍ତୁତି ପାଇଁ ଆଲୋଚନା କରିଛନ୍ତି । ଏଥିରେ ଡାକ୍ତରୀ, ଅଗ୍ନିଶମ ସେବା, ସିଭିଲ ଡିଫେନ୍ସ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହଯୋଗର ଆବଶ୍ୟକତା ଥିବା ଦୃଷ୍ଟିରୁ ଏନେଇ ଜିଲ୍ଲାପାଳ ଶ୍ରୀ ରାଣା ଭିଡିଓ କନଫରେନ୍ସି ମାଧ୍ୟମରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ଅତିରିକ୍ତ କମିଶନର ଶୁଭେନ୍ଦୁ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି, ସାଫଲ୍ୟମଣ୍ଡିତ ପ୍ରଧାନ, ଭୁବନେଶ୍ୱର ଉପଜିଲ୍ଲାପାଳ ଡକ୍ଟର ମନୋରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!