Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ଜେଲ୍ ଗଲେ ସ୍ବାମୀ

by ସଞ୍ଜୟ ସ୍ୱାଇଁ
October 30, 2024
in Crime, State
ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ଜେଲ୍ ଗଲେ ସ୍ବାମୀ
67
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ ୪୨୧/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ପ୍ରାୟ ୫ ମାସ ତଳେ ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କୁଲାଙ୍ଗି ଗ୍ରାମର ଦେବ ନାୟକଙ୍କ କନ୍ୟା ରଚନା ଦିଗପହଣ୍ଡି ମେଦିରି ସାହିର ରଘୁ ନାୟକଙ୍କ ପୁଅ ଶଙ୍କରଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। କିଛିଦିନ ଖୁସିରେ କଟିବା ପରେ ଶଙ୍କର ସଦା ସର୍ବଦା ଅଧିକ ଯୌତୁକ ପାଇଁ ତାଙ୍କୁ ମାଡ଼ ମାରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ଏପରିକି ତାଙ୍କ ଚରିତ୍ରରେ ସନ୍ଦେହ କରି ଗତ ଜୁଲାଇ ୩୧ଅପରାହ୍ନରେ ତାଙ୍କ ସ୍ତ୍ରୀ ରଚନାଙ୍କୁ ସେ ନିସ୍ତୁକ ମାଡ଼ ମାରିବା ସହ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ନେଇ ଗତ ରବିବାର ରଚନା ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଶଙ୍କରଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!