Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୭ରୁ ରାଜ୍ୟରେ ପୁଣି ବଢିବ ଶୀତ

by ସଞ୍ଜୟ ସ୍ୱାଇଁ
January 13, 2025
in State
ରାଜ୍ୟରୁ ଏବେ ଶୀତ ଗାଏବ
113
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସନ୍ତା ୧୭ ରୁ ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି କମିବ ତାପମାତ୍ରା। ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ଶୀତ ଲହରୀ ଅନୁଭୁତ ହେବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। କିଛି ଜିଲ୍ଲାରେ ହାଲୁକା ଶୀତ ସହ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ୧୫ ତାରିଖ ପର୍ଯ୍ୟନ୍ତ ଘନ କୁହୁଡି ନେଇ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କ କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା। କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି। ଏହାସହ ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, କଟକ ଏବଂ ଖୋର୍ଦ୍ଧାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!