Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ

by ସଞ୍ଜୟ ସ୍ୱାଇଁ
October 11, 2022
in Sports, State
ଆଜିଠୁ ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ
8
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ବାଜିବ ୧୭ ବର୍ଷରୁ କମ୍ ଫିଫା ଫୁଟବଲ୍‌ ବିଶ୍ୱକପ ବିଗୁଲ୍ । ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ । ଏଥିଲାଗି ନୂଆ ବୋହୂ ପରି ସଜେଇ ହୋଇଛି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ । ମୋରକ୍କୋ ଓ ବ୍ରାଜିଲ୍ ମଧ୍ୟରେ ଉଦଘାଟନୀ ମ୍ୟାଚ୍ ପରେ ସଂଧ୍ୟାରେ ଆମେରିକାକୁ ଭେଟିବ ଭାରତ । ଏଥିଲାଗି ଷ୍ଟାଡିୟମ୍ ଓ ଖେଳାଳି ସମସ୍ତେ ପ୍ରସ୍ତୁତ୍ । ରାଜଧାନୀ ଭୁବନେଶ୍ୱରର ଚାରିଆଡ଼େ ଦେଖିବାକୁ ମିଳୁଛି ଫୁଟବଲ ଫିଭର । ଷ୍ଟାଡିୟମରୁ ଆରମ୍ଭ କରି ରାସ୍ତାଘାଟ ସବୁଠି ଛାଇଗଲାଣି ପୋଷ୍ଟର ବ୍ୟାନର । ୧୨ ହଜାର କ୍ଷମତା ସମ୍ପନ୍ନ କଳିଙ୍ଗ ଷ୍ଟାଡିୟମକୁ ଅତି ସୁନ୍ଦର ଭାବେ ସମ୍ବଲପୁରୀ ପଶାପଲୀ ଡିଜାଇନ୍‌ରେ ସଜା ଯାଇଛି । ଲାଲ, ସବୁଜ, ଧଳା ପ୍ରିଣ୍ଟରେ ସିଟ୍‌ଗୁଡ଼ିକୁ ନୂଆ ରୂପ ଦିଆଯାଇଛି । ବ୍ରାଜିଲ ଓ ମରୋକୋ ମଧ୍ୟରେ ଅପରାହ୍ନ ସାଢ଼େ ୪ଟାରେ ଉଦ୍‌ଘାଟନୀ ମ୍ୟାଚ୍ ଖେଳାଯିବ । ଏହାପରେ ରାତି ୮ଟାରେ ଦ୍ୱିତୀୟ ମ୍ୟାଚ୍‌ରେ ଆମେରିକାକୁ ଟକ୍କର ଦେବ ଆୟୋଜକ ଭାରତ । ଅଣ୍ଡର ସେଭେଣ୍ଟିନ୍‌ ଫିଫା ମହିଳା ବିଶ୍ୱକପ୍‌ରେ ଭାରତ ପ୍ରଥମ ଥର ପାଇଁ ଭାଗ ନେଉଛି। ଏଥିନିମନ୍ତେ ଦୀର୍ଘ ୭ ମାସ ହେଲା ଖେଳାଳିମାନେ ଅଭ୍ୟାସ ଚଳାଇଛନ୍ତି । ମାନସିକ ଓ ଶାରୀରିକ ଭାବେ ଆମେ ଶକ୍ତ ଅଛୁ । ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବୁ ବୋଲି ମହିଳା ଟିମ୍‌ ଅଧିନାୟକ କହିଛନ୍ତି । ଭୁବନେଶ୍ବର, ଗୋଆ ଏବଂ ନଭି ମୁମ୍ବାଇ ଭଳି ୩ଟି ଭେନ୍ୟୁରେ ଖେଳାଯିବ ଟୁର୍ଣ୍ଣମେଣ୍ଟର ସମସ୍ତ ମ୍ୟାଚ୍ । ଆଜିଠୁ ମ୍ୟାଚ୍ ଆରମ୍ଭ ହେଉଥିବା ବେଳେ ଆସନ୍ତା ୩୦ରେ ହେବ ଫାଇନାଲ୍ ଫାଇଟ୍ । ଫୁଟବଲ୍‌ ବିଶ୍ୱକପରେ ଆୟୋଜକ ଭାରତ ସମେତ ୧୬ଟି ଦେଶ ଅଂଶଗ୍ରହଣ କରୁଛନ୍ତି । ଭାରତ ସମେତ ମରକ୍କୋ, ବ୍ରାଜିଲ୍, ଆମେରିକା, ନାଇଜେରିଆ ଓ ଚିଲ୍ଲି ଟିମ୍‌ଙ୍କର କଳିଙ୍ଗ ଷ୍ଟାଡିୟମ୍ରେ ମ୍ୟାଚ୍ ରହିଛି । ଏ ନେଇ ସମସ୍ତ ଦଳ କ୍ୟାପିଟାଲ ହାଇସ୍କୁଲ ପଡିଆ ଏବଂ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ଜୋରଦାର ଅଭ୍ୟାସ ଚଳାଇଛନ୍ତି । ଦର୍ଶକମାନେ ମ୍ୟାଚ୍‌କୁ ନେଇ ଉତ୍କଣ୍ଠାରେ ଥିବା ବେଳେ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଫିଫା ଫୁଟବଲ୍ ବିଶ୍ୱକପ ପାଇଁ ଚାରି ସ୍ତରୀୟ ସୁରକ୍ଷା ବଳୟରେ ରହିଛି କଳିଙ୍ଗ ଷ୍ଟାଡ଼ିୟମ୍ । ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଅତିରିକ୍ତ ଡିସିପି, ୧୪ ଏସିପି, ୩୦ ଇନ୍ସପେକ୍ଟର ୧୦୦ ଅଧିକାରୀ, ୨୪୦ କନେଷ୍ଟବଳ ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । କିଭଳି ଶାନ୍ତି ଶୃଙ୍ଖଳାର ସହ ମ୍ୟାଚ୍ ଆୟୋଜନ ହେବ ସେ ନେଇ କମିଶନରେଟ୍ ପୋଲିସ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ପୁଲିସ କମିଶନର କହିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!