Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
May 31, 2025
in Nayagarh, State
ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ତମାଖୁ ସେବନ ଓ ଧୂମପାନର କୁପ୍ରଭାବ ବିଷୟରେ ଲୋକଙ୍କୁ ସଚେତନ କରିବା ଲାଗି ପ୍ରତିବର୍ଷ ମ’ ୩୧ ତାରିଖକୁ ‘ବିଶ୍ୱ ତମାଖୁ ବର୍ଜନ ଦିବସ’ ଭାବେ ପାଳନ କରାଯାଉଛି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କରକମଳରେ ଲୋକ ସେବା ଭବନଠାରେ ରାଜ୍ୟ ସ୍ତରୀୟ ଉଦଘାଟନ ସମାରୋହ ହୋଇଯାଇଛି । ବିଶେଷ କରି “ଆମ ସଂକଳ୍ପ – ନିଶା ନୁହେଁ, ଜୀବନ’, ଟିଭି ଚ୍ୟାନେଲରେ ପ୍ରସାରିତ ବିଜ୍ଞାପନ, ସଚେତନତା ଉପରେ ଆଧାରିତ ଗୀତ ଏବଂ ସୂଚନା ପୁସ୍ତକର ଅନାବରଣ ଓ ଲୋକାର୍ପଣ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଭାସି ଯୋଗେ ନୟାଗଡ଼ ଜିଲ୍ଲାରେ ଜିଲ୍ଲାପାଳଙ୍କ ଓସ୍ୱ।ନ କକ୍ଷରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଡିଏଫଓ କ୍ଷମା ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଅବକାରୀ ଅଧିକ୍ଷକ ଜ୍ଞାନ ରଞ୍ଜନ ପଣ୍ଡା, ସିଡିଏମଓ ଡଃ ସୁଶାନ୍ତ କୁମାର ଦାଶ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା କୁମାରୀ ସାହୁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜ୍ୟୋତ୍ସ୍ନା ମୟୀ ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ। ବିଭିନ୍ନ ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ସହିତ ଅପମିଶ୍ରିତ, ବିଷାକ୍ତ ଏବଂ ଚୋରା ମଦ କାରବାର ସମ୍ପୂର୍ଣ୍ଣ ରୋକିବା ପାଇଁ ‘ଆମ ସଂକଳ୍ପ – ନିଶା ନୁହେଁ, ଜୀବନ’ ଶୀର୍ଷକରେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହି ଅଭିଯାନ ମେ’ ୩୧, ‘ବିଶ୍ୱ ତମାଖୁ ବର୍ଜନ’ ଦିବସ ଠାରୁ ଆରମ୍ଭ ହୋଇ ଜୁନ ୨୬, ‘ଅନ୍ତର୍ଜାତୀୟ ନିଶା ସେବନ ଓ ବେଆଇନ କାରବାର ନିରୋଧ’ ଦିବସ ପର୍ଯ୍ୟନ୍ତ ଚାଲିବ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!