Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୋଗ ଦିବସରୁ କେନ୍ଦ୍ର ସରକାର ରାଜ୍ୟ ମାନଙ୍କୁ ଦେବ ମାଗଣା ଟିକା: ମୋଦି

by ସଞ୍ଜୟ ସ୍ୱାଇଁ
June 7, 2021
in NATIONAL NEWS
ଯୋଗ ଦିବସରୁ କେନ୍ଦ୍ର ସରକାର ରାଜ୍ୟ ମାନଙ୍କୁ ଦେବ ମାଗଣା ଟିକା: ମୋଦି
113
VIEWS
Share on FacebookShare on Twitter

ନୂଆଦିଲ୍ଲୀ (ବାଘୁଆବାର୍ତ୍ତା): ଦେଶବାସୀଙ୍କ ଉଦ୍ଦେଶ୍ୟ ପ୍ରଧାନମନ୍ତ୍ରୀ ମୋଦୀ ଉଦ୍‌ବୋଧନ ଦେଇଛନ୍ତି । ଦେଶରେ ଏବେ ସ୍ୱଦେଶୀ ଟିକା ପ୍ରସ୍ତୁତ ହୋଇଥିବାରୁ୨୩ କୋଟିରୁ ଅଧିକ ଲୋକଙ୍କର ଟିକା କରଣ ସମ୍ଭବ ହୋଇପାରିଥିବା ମୋଦୀ କହିଛନ୍ତି । ଜୁନ୍‌ ୨୧ ତାରିଖରେ ଯୋଗ ଦିବସ ହୋଇଥିବାରୁ ଏହି ଦିନ ପରଠାରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରମାନଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦେବେ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଛନ୍ତି । ଭାରତରେ ଟିକା କରଣ ଦୁନିଆଁରେ ବେଶ୍‌ ଗତିଶୀଳ ହୋଇଥିବା କଥା କହିଛନ୍ତି । ଏଥି ସହିତ ଆସନ୍ତା ଦୀପାବଳୀ ପର୍ଯ୍ୟନ୍ତ ମାଗଣା ରାସନ ଦିଆଯିବ ବୋଲି ମୋଦି କହିଛନ୍ତି । ଦେଶବାସୀଙ୍କୁ ସମ୍ବୋଧନ କରି ମାଗଣା ରାସନ ଯୋଗାଣ ସମ୍ପର୍କରେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆଜି ମାଗଣା ଟିକା ସହ ମାଗଣା ରାସନ କଥା କହିଛନ୍ତି। କରୋନା ପାଇଁ ଲୋକଙ୍କ ଜୀବିକା ବିପନ୍ନ ହୋଇଥିବାରୁ ମାଗଣା ରାସନ ବ୍ୟବସ୍ଥା କରାଯାଇଛି। ଦୀପାବଳି ଯାଏ ଦେଶବାସୀଙ୍କୁ ମାଗଣା ରାସନ ଯୋଗାଇ ଦିଆଯିବ। ଏହି ଯୋଜନାରେ ପ୍ରାୟ ୮୦ କୋଟି ଭାରତୀୟ ମାଗଣା ରାସନ ପାଇବେ। ଗତବର୍ଷ କରୋନା ମହାମାରୀ ସମୟରେ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଗିରବ କଲ୍ୟାଣ ଯୋଜନା ଆଧାରରେ ଏହି ସୁବିଧା ମିଳିବ।୨୦୨୦ରୁ ଲାଗୁ ହୋଇଥିବା ଏହି ଯୋଜନାକୁ ନଭେମ୍ବର ମାସ ଯାଏ ବୃଦ୍ଧି କରାଯାଇଛି। ମୋଦି କହିଛନ୍ତି, ମହାମାରୀ ସମୟରେ ସରକାର ଗିରବଙ୍କ ସହ ଅଛନ୍ତି। ନଭେମ୍ବର ଯାଏ ୮୦ କୋଟି ଗରିବ ଲୋକଙ୍କୁ ମାଗଣାରେ ରାସନ ଯୋଗାଇ ଦିଆଯିବ। ସରକାରଙ୍କ ଘୋଷଣା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଗରିବ ଲୋକଙ୍କୁ ୫ କେଜି ଚାଉଳ କିମ୍ବା ଗହମ ଓ ୧ କେଜି ଡାଲି ମିଳିବ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ଅନ୍ତର୍ଭୁକ୍ତ ୮୦ କୋଟି ଲୋକ ଏହି ଯୋଜନା ଦ୍ୱାରା ଲାଭବାନ ହେବେ। ସମସ୍ତଙ୍କୁ ମାଗଣା ରାସନ ମିଳିବ। ସେହିପରି ଲୋକମାନେ ପୂର୍ବଭଳି ୫ କେଜି ଚାଉଳ, ଗହମ ଓ ଡାଲି ଯଥାକ୍ରମେ ୩, ୨ ଓ ୧ ଟଙ୍କାରେ ଅତିରିକ୍ତ ଭାବେ ମଧ୍ୟ କିଣିପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!